ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଓ ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଦୁଇ ଥର ସମୀକ୍ଷା କରି ବାତ୍ୟା ପରବର୍ତ୍ତୀ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଓ ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଦୁଇ ଥର ସମୀକ୍ଷା କରି ବାତ୍ୟା ପରବର୍ତ୍ତୀ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ ସନ୍ଧ୍ୟାରେ ଗଣମାଧ୍ୟମ ଜରିଆରେ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବ୍ୟତ୍ୟା ପରିସ୍ଥିତି ସ୍ବାଭାବିକ ହୋଇଛି। ସମସ୍ତେ ସୁରକ୍ଷିତ ଅଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟରେ ବାତ୍ୟା ଆଶ୍ରୟସ୍ଥଳକୁ ସମୁଦାୟ ୮ ଲକ୍ଷ ୯ ହଜାର ୫୧୩ ଲୋକମାନଙ୍କୁ ଅଣାଯାଇଥିଲା । ସ୍ଥିତି ସ୍ୱାଭାବିକ ହେବାପରେ ଲୋକମାନେ ନିଜ ଘରକୁ ଫେରିଛନ୍ତି । ବର୍ତ୍ତମାନ ମାତ୍ର ୧ ଲକ୍ଷ ୧୦ ହଜାର ୭୭୦ ଜଣ ଆଶ୍ରୟସ୍ଥଳୀରେ ଅଛନ୍ତି । ଯେଉଁ ଅଞ୍ଚଳରେ ପାଣି ଜମି ରହିଛି, ସେଠାରେ ଲୋକମାନେ ଏ ପର୍ଯ୍ୟନ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବାତ୍ୟା ଯୋଗୁ ସମୁଦାୟ ୨୨.୮୪ ଲକ୍ଷ ପରିବାରକୁ ବିଦ୍ୟୁତ୍ ଯୋଗାଣ ପ୍ରଭାବିତ ହୋଇଥିଲା । ତନ୍ମଧ୍ୟରୁ ଆଜି ସନ୍ଧ୍ୟା ୭ ଟା ୩୦ ସୁଦ୍ଧା ୯୨ ପ୍ରତିଶତରୁ ଅଧିକ ପରିବାରକୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବାତ୍ୟା “ଦାନା” ଦ୍ୱାରା କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଅଧିକ ପ୍ରଭାବିତ ହୋଇଥିଲା। କେନ୍ଦ୍ରାପଡାରେ ବର୍ତ୍ତମାନ ସ୍ଥିତି ପ୍ରାୟତ ସ୍ବାଭାବିକ ଅଛି। ବର୍ତ୍ତମାନ ସୁଦ୍ଧା ବାତ୍ୟା ଦ୍ୱାରା ପ୍ରଭାବିତ ୯୫ ପ୍ରତିଶତ ଉପଭୋକ୍ତା ମାନଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଅଛି । ପ୍ରାୟ ୧୫ ହଜାର ଉପଭୋକ୍ତା ବିଦ୍ୟୁତ୍ ସଂଯୋଗ ଅପେକ୍ଷାରେ ଅଛନ୍ତି। ସେମାନଙ୍କୁ ବିଦ୍ୟୁତ୍ ଯୋଗାଇ ଦେବା ପାଇଁ ବର୍ତ୍ତମାନ ମଧ୍ୟ କାମ ଜାରି ରହିଛି। ବାଲେଶ୍ୱରର ସ୍ଥିତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବାଲେଶ୍ୱର ଜିଲ୍ଲାରେ ଆଜି ସନ୍ଧ୍ୟା ସୁଦ୍ଧା ବାକିଥିବା ସବୁ ରାସ୍ତା ଅବରୋଧ ହଟାଯାଇଛି । ପ୍ରାୟ ୮୧ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଅଛି । Power Restoration କାମ ଜାରି ରହିଛି। ବାଲେଶ୍ୱର ଜିଲ୍ଲାରେ ୬ ଟି ଗ୍ରାମ ପଞ୍ଚାୟତର ୨୦ଟି ଗ୍ରାମ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଅଛି। ରେମୁଣା ବ୍ଲକର ୨୫୦୦ ଓ ବାଲେଶ୍ୱର ସଦର ବ୍ଲକର ୮ ହଜାର ଲୋକଙ୍କୁ ପ୍ରଶାସନ ଏପର୍ଯ୍ୟନ୍ତ ସୁରକ୍ଷିତ ସ୍ଥାନକୁ ଆଣିଛି । ସେଠାରେ ପ୍ରଶାସନ, ODRAF ଓ Fire Services ସମ୍ପୂର୍ଣ୍ଣ ରୂପେ ସଜାଗ ରହିଛି। ମୟୂରଭଞ୍ଜର ସ୍ଥିତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମୟୂରଭଞ୍ଜ ଜିଲ୍ଲାରେ ବିଦ୍ୟୁତ୍ ସଂଯୋଗ ଓ ଯୋଗା ଯୋଗ ବ୍ୟବସ୍ଥା ସ୍ୱାଭାବିକ ହୋଇଛି । ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ସେଠାରେ ମଧ୍ୟ ପ୍ରଶାସନ, ODRAF ଓ Fire Services ସମ୍ପୂର୍ଣ୍ଣ ରୂପେ ସଜାଗ ରହିଛି।

Oct 28, 2024 - 18:09
 0  16
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା