କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର। କୃଷକମାନେ ସମୃଦ୍ଧ ହେଲେ, ଓଡ଼ିଶା ସମୃଦ୍ଧ ହେବ। ତେଣୁ, କୃଷି ଓ କୃଷକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପର୍ଯ୍ୟାପ୍ତ ବ୍ୟବସ୍ଥା କରୁଛନ୍ତି।

କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର। କୃଷକମାନେ ସମୃଦ୍ଧ ହେଲେ, ଓଡ଼ିଶା ସମୃଦ୍ଧ ହେବ। ତେଣୁ, କୃଷି ଓ କୃଷକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପର୍ଯ୍ୟାପ୍ତ ବ୍ୟବସ୍ଥା କରୁଛନ୍ତି। ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୫ ଉଦଯାପନୀ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରେ ଜଳସେଚନକୁ ଆହୁରି ବ୍ୟାପକ କରିବା ନିମନ୍ତେ ଜଳସେଚନ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମାପ୍ତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେବାସହ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ୍ କରନାଳୀ ନିର୍ମାଣ କରାଯିବ। ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ, ଫଳରେ ୧,୪୨,୦୦୦ ହେକ୍ଟର ଜମିରେ ଜଳସେଚନର ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି। ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରି ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ରୁ ଅଧିକ ଟଙ୍କା ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। #OdishaCaresForFarmers

Jan 5, 2025 - 17:30
 0  16
1 / 1

1.

What's Your Reaction?

like

dislike

love

funny

angry

sad

wow

EDITOR- The Ganatantra Odisha ଲୋକମାନଙ୍କର, ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦ୍ୱାରା