ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।
1.
What's Your Reaction?