ଓଡିଶା ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା
ଓଡିଶା ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟି ଓ ତତ୍ତ୍ୱାବଧାନରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମାନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ କହିଲେ ଯେ ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ ବୋଲି ସେ କହିଥିଲେ।
1.
What's Your Reaction?