ମେଘନାଦ ପାଚେରୀ ଫାଟ ପାଇଁ ବିଜେଡି ଦାୟୀ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ହେଉଛି ଆମର ଗର୍ବ ଏବଂ ଅସ୍ମିତାର ପରିଚୟ । ଏବେ ମେଘନାଦ ପାଚିରୀରେ ଯେଉଁ ଫାଟ ବାହାରିଛି ଏବଂ ଫାଟ ଗୁଡିକ ମଧ୍ୟ ମେଲିବା ଆରମ୍ଭ କରୁଛି ତାହା କୋଟି କୋଟି ଜଗନ୍ନାଥ ପ୍ରେମୀ ଭକ୍ତଙ୍କ ପାଇଁ ଚିନ୍ତାଜନକ କଥା । ଏଥିପାଇଁ ପୂର୍ବ ବିଜେଡି ସରକାର ହିଁ ଦାୟୀ । ଏହି କଥା ସାମ୍ନାକୁ ଆସିବା ପରେ ପ୍ରତ୍ନତତ୍ୱ ବିଭାଗ ଏବଂ ରାଜ୍ୟ ସରକାର ଏହାର ମରାମତି କାମ ଆରମ୍ଭ କରିଦେଇଛନ୍ତି । କିନ୍ତୁ ପ୍ରଶ୍ନ ଉଠୁଛି ଏହା ଘଟିଲା କାହିଁକି? ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଯେଭଳି ବଡ ବଡ ମେଶିନ ଲଗାଇ ଶ୍ରୀମନ୍ଦିର ଚାରିପଟେ ଓ ଅତି ନିକଟରେ ବଡ ବଡ ଗାତ କରାଗଲା ଏହା ମେଘନାଦ ପାଚିରି ଉପରେ ପ୍ରଭାବ ପକାଇଲା । ନବୀନ ବାବୁ ଏବଂ ପାଣ୍ଡିଆନ ବାବୁ ଏନେଇ ମୁହଁ ଖୋଲି ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ବିଜେପି ମୁଖପାତ୍ର ଶ୍ରୀ @BiswalAnil କହିଛନ୍ତି ।
1.
What's Your Reaction?